November 1, 2024

ଭୁବନେଶ୍ୱର ,୫।୩ (ଭୟେସ ଅଫ୍ ଇଣ୍ଡିଆ/ବିନୟ କୁମାର ଦାସ) :- : ଦିନିକିଆ ଓଡିଶା ଗସ୍ତରେ ପ୍ରଧାନମନ୍ତ୍ରୀ। ଚଣ୍ଡିଖୋଲ ସଭାରେ ପ୍ରଧାନମନ୍ତ୍ରୀଙ୍କ ସହ ରାଜ୍ୟପାଳ ରଘୁବର ଦାସ ଉପସ୍ଥିତ ରହିଛନ୍ତି। ସଭାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଉପସ୍ଥିତ ରହିଛନ୍ତି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଶ୍ୱେଶ୍ୱର ଟୁଡୁ ମଧ୍ୟ ଉପସ୍ଥିତ ରହିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ୨୦ ହଜାର କୋଟିର ବିଭିନ୍ନ ପ୍ରକଳ୍ପର ଭେଟି ଦେଇଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଓଡିଶାର ୩ଟି ନୂଆ ଟ୍ରେନ୍‌‌ର ସେବାର ମଧ୍ୟ ଶୁଭାରମ୍ଭ ହୋଇଛି।
ମଞ୍ଚ ଉପରେ ପାରମ୍ପରିକ ଅଙ୍ଗବସ୍ତ୍ର, ଆରାଧ୍ୟ ପ୍ରଭୁ ଜଗନ୍ନାଥଙ୍କ ପଟ୍ଟଚିତ୍ର ସହ ପ୍ରଧାନମନ୍ତ୍ରୀଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉଦବୋଧନ ଦେଇଛନ୍ତି। ପ୍ରଧାନମନ୍ତ୍ରୀଙ୍କୁ ପ୍ରଂଶସା କରିଛନ୍ତି ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀ କହିଛନ୍ତି, ଭାରତୀୟ ଅର୍ଥନୀତିକୁ ପ୍ରଧାନମନ୍ତ୍ରୀ ନୂଆ ଗତି ଦେଇଛନ୍ତି। ଏବେ ଭାରତ ବିଶ୍ୱର ପଞ୍ଚମ ବୃହତ୍ତମ ଅର୍ଥନୀତି ହୋଇପାରିଛି। ଖୁବ୍‌‌ ଶୀଘ୍ର ଏହା ତୃତୀୟ ଅର୍ଥନୀତି ହେବାକୁ ଯାଉଛି। ଓଡିଶାକୁ ଅନେକ ପ୍ରକଳ୍ପ ଭେଟି ଦେଇଥିବାରୁ କୃତଜ୍ଞତା ଜଣାଇଛନ୍ତି। ଓଡିଶାର ବିକାଶ ପାଇଁ ମୁଁ ପ୍ରଧାନମନ୍ତ୍ରୀଙ୍କ ସହଯୋଗ କାମନା କରୁଛି। ପ୍ରଧାନମନ୍ତ୍ରୀ ଆଜି ଆମ ସହ ଅଛନ୍ତି। ବିକାଶ ଆଜି ଓଡିଶାର ନୂଆ ପରିଚୟ ହୋଇଛି ବୋଲି କହିଛନ୍ତି।

Leave a Reply

Your email address will not be published. Required fields are marked *