ଭୁବନେଶ୍ୱର,୨୪।୮ (ଭୟେସ ଅଫ୍ ଇଣ୍ଡିଆ/ବିନୟ କୁମାର ଦାସ) :-ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଘୂର୍ଣ୍ଣିବଳୟ । ସେହିପରି ଉତ୍ତର-ପଶ୍ଚିମବଙ୍ଗରେ ସକ୍ରିୟ ରହିଛି ଲଘୁଚାପ । ଏହାର ପ୍ରଭାବରେ ୩ଦିନ ଯାଏଁ ରାଜ୍ୟରେ ଲାଗି ରହିବ ବର୍ଷା। ଏନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି।
ପରବର୍ତ୍ତୀ ୪୮ ଘଣ୍ଟାରେ ଘନିଭୂତ ହୋଇ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ବିଭିନ୍ନ ଜିଲାକୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ନେଇ SRC ସତର୍କ ସୂଚନା ଜାରି କରିଛନ୍ତି। ରାଜ୍ୟରେ ଆଗାମୀ ୩ ଦିନ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ସୂଚନା ରହିଛି। କାଲି ପର୍ଯ୍ୟନ୍ତ ୮ ଜିଲାକୁ ଅରେଞ୍ଜ ଓ ୧୮ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢ଼େଙ୍କାନାଳକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବାବେଳେ କଟକ, ଜଗତସିଂହପୁର, ଯାଜପୁର ଓ କେନ୍ଦ୍ରାପଡ଼ାକୁ ଅରେଞ୍ଜ ୱାର୍ଣ୍ଣିଂ କରାଯାଇଛି। ଅରେଞ୍ଜ ୱାର୍ଣ୍ଣିଂ ଥିବା ଜିଲାରେ ୭ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି।