November 1, 2024

ଭୁବନେଶ୍ବର: ,୦୨ ।୦୧(ଭୟୋସ ଅଫ୍ ଇଣ୍ଡିଆ/ବିନୟ କୁମାର ଦାସ) : କଟକ-ଚାନ୍ଦବାଲି ରାସ୍ତାର କଟରପଡ଼ା ନିକଟ କଳାପୋଲ ନିକଟରେ ମଙ୍ଗଳବାର ସକାଳୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ସକାଳ ପ୍ରାୟ ୭.୩୦ ମିନିଟ୍ ସମୟରେ କେନ୍ଦ୍ରାପଡାରୁ କଟକ ଅଭିମୁଖେ ଆସୁଥିବା ଏକ ଯାତ୍ରୀବାହୀ ବସ୍‌କୁ କଟକରୁ କେନ୍ଦ୍ରାପଡା ଯାଉଥିବା ଏକ ମାଲ ବୋଝେଇ ଟ୍ରକ ଧକ୍କା ଦେଇଥିଲା । ଘଟଣାସ୍ଥଳରେ ଟ୍ରକ ଚାଳକ ସମେତ ୩ ଜଣ ମୃତ୍ୟୁବରଣ କରିଥିବା ବେଳେ ୫୦ରୁ ଅଧିକ ଆହତ ହୋଇଥିଲେ । ଘନ କୁହୁଡି ଯୋଗୁ ଏହି ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି ।

ବସ୍ ଚାଳକ ଓ ତାଙ୍କ ପାଖରେ ବସିଥିବା ଏକ କୁନି ଝିଅଙ୍କୁ ଦୀର୍ଘ ସମୟ ପରେ ଉଦ୍ଧାର କରାଯାଇଥିଲା । ସ୍ଥାନୀୟ ଦମକଳବାହିନୀ ଆହତ ଯାତ୍ରୀଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ନିଶ୍ଚିନ୍ତକୋଇଲି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ । ଏହି ଘଟଣା ପରେ ୩ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଧରି ରାସ୍ତା ବନ୍ଦ ରହିଥିଲା । ନିଶ୍ଚିନ୍ତକୋଇଲି ପୋଲିସ ୨ ପ୍ଲାଟୁନ ଫୋର୍ସ ଓ ଓଡ୍ରାକ୍ ଟିକ୍ ବସ୍ ଏବଂ ଟ୍ରକ୍‌କୁ କାଟି ଲୋକମାନଙ୍କୁ ଉଦ୍ଧାର କରିଥିଲେ । କଟକ ଜିଲାପାଳ ନରହରି ସେଠୀ ଡାକ୍ତରଖାନାରେ ପହଞ୍ଚି ଆହତଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିଥିଲେ । ବସ୍‌ରେ ପ୍ରାୟ ୬୦ରୁ ଅଧିକ ଯାତ୍ରୀ ଯାତ୍ରା କରୁଥିଲେ । କୁହୁଡି କାରଣରୁ ଏହି ଦୁର୍ଘଟଣା ଘଟିଛି ବୋଲି ସୂଚନା ମିଳିଛି । ଉକ୍ତ ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶୋକସନ୍ତପ୍ତ ପରିବାର ପ୍ରତି ସମବେଦନା ଜଣାଇବା ସହ ମୁଖ୍ୟମନ୍ତ୍ରୀ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି । ମୃତକଙ୍କ ପରିବାରକୁ ୩ ଲକ୍ଷ ଟଙ୍କା ଲେଖାଏଁ ସହାୟତା ପ୍ରଦାନ କରାଯିବ । ଏଥିସହ ଆହତ ଓ ଗୁରୁତରମାନଙ୍କ ଉତ୍ତମ ଚିକିତ୍ସା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଛନ୍ତି ।

Leave a Reply

Your email address will not be published. Required fields are marked *