
ଭୁବନେଶ୍ବର-୨୭ା୧୧(ଭୟେସ ଅଫ୍ ଇଣ୍ଡିଆ/ବିନୟ କୁମାର ଦାସ)-ଭୁବନେଶ୍ୱର : ବଙ୍ଗୋପସାଗରରେ ଆଉ ଏକ ବାତ୍ୟା ସମ୍ଭାବନା। ଦକ୍ଷିଣ ଆଣ୍ଡାମାନ ସାଗରରେ ଲଘୁଚାପ ସୃଷ୍ଟି ହୋଇଛି। ପଶ୍ଚିମଉତ୍ତର ପଶ୍ଚିମ ଦିଗରେ ଗତି କରି କ୍ରମେ ଏହା ଅବପାତ ରୂପ ନେବ। ଆସନ୍ତା ୨୯ ତାରିଖରେ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଅବପାତ ରୂପ ନେବ। ପରବର୍ତ୍ତୀ ୪୮ ଘଣ୍ଟାରେ ଘନୀଭୂତ ହେବା ପରେ ବାତ୍ୟା ସମ୍ଭାବନା ରହିଛି। ଏନେଇ ଭାରତୀୟ ପାଣି ପାଗ ବିଭାଗ ପକ୍ଷରୁ ଆଜି ସୂଚନା ମିଳିଛି।