
ଭୁବନେଶ୍ବର-୨୭ା୧୧(ଭୟେସ ଅଫ୍ ଇଣ୍ଡିଆ/ବିନୟ କୁମାର ଦାସ)-ଓଡ଼ିଶା ଗସ୍ତରେ ଆସିଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଦିଲ୍ଲୀ ଫେରି ଯାଇଛନ୍ତି। ଆଜି ପାରାଦ୍ବୀପ ବୋଇତ ବନ୍ଦାଣ ଉତ୍ସବରେ ଯୋଗଦେଇଥିଲେ ରାଷ୍ଟ୍ରପତି। ପାରାଦ୍ବୀପ ବୋଇତ ବନ୍ଦାଣ ଉତ୍ସବରେ ଯୋଗଦେଇ ସନ୍ଧ୍ୟାରେ ଭୁବନେଶ୍ବର ଫେରିଥିଲେ। ଏହାପରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବିମାନବନ୍ଦରକୁ ଯାଇ ସେଠାରୁ ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ଦିଲ୍ଲୀ ଫେରିଯାଇଥିଲେ। ବିମାନବନ୍ଦରରେ ରାଜ୍ୟପାଳ ରଘୁବର ଦାସଙ୍କ ସମେତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ମେୟର ସୁଲୋଚନା ଦାସ ପ୍ରମୁଖ ଉପସ୍ଥିତ ଥିଲେ।