
ଭୁବନେଶ୍ୱର, ୦5/୧୧/୨୦୨୩ (ବିନୟ କୁମାର ଦାସ)-ବିଜୁ ଜନତା ଦଳ ର କେନ୍ଦ୍ରାପଡା ଓ ଭଦ୍ରକ ଜିଲ୍ଲା ପାଇଁ ଆଜି ବିଜେଡି ସଭାପତି ନବୀନ ପଟ୍ଟନାୟକ ପର୍ଯ୍ୟବେକ୍ଷକ ନିଯୁକ୍ତି କରିଛନ୍ତି।

ମାହାଙ୍ଗା ବିଧାୟକ ପ୍ରତାପ ଜେନାଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲା ଏବଂ ବ୍ରହ୍ମଗିରିର ପୂର୍ବତନ ବିଧାୟକ ସଞ୍ଜୟ କୁମାର ଦାସବର୍ମାଙ୍କୁ ଭଦ୍ରକ ଜିଲ୍ଲାର ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ମିଳିଛି। ବିଜେଡି ସଭାପତି ନବୀନ ପଟ୍ଟନାୟକ ଏହି ଦୁଇ ନେତାଙ୍କୁ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦେଇଛନ୍ତି। ଏନେଇ। ଦଳର ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ ସୂଚନା ଦେଇଛନ୍ତି।

