
ନୂଆଦିଲ୍ଲୀ,୩୦।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ନିଜର ଗିରଫଦାରୀ ବିରୋଧରେ କରିଥିବା ଆବେଦନର ଶୁଣାଣି ମଙ୍ଗଳବାର ସୁପ୍ରିମକୋର୍ଟ କରିଛନ୍ତି। ଏହି ସମୟରେ କୋର୍ଟ ଅବକାରୀ ଦୁର୍ନୀତିର ତଦନ୍ତ ମାମଲାରେ କେଜରିଓ୍ବାଲଙ୍କୁ ଗିରଫ କରିଥିବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଉପରେ ବର୍ଷିଛନ୍ତି। ନିର୍ବାଚନ ପୂର୍ବରୁ କେଜରିୱାଲଙ୍କୁ କାହିଁକି ଗିରଫ କରାଗଲା ବୋଲି କୋର୍ଟ ଇଡିକୁ ପ୍ରଶ୍ନ କରିଛନ୍ତି। ଆସନ୍ତା ଶୁକ୍ରବାର ଇଡି ଏହାର ଜବାବ ରଖିବ।