
ଭୁବନେଶ୍ୱର,୧୭ା୦୧ (ଭୟେସ ଅଫ୍ ଇଣ୍ଡିଆ/ବିନୟ କୁମାର ଦାସ) :– ଜଷ୍ଟିସ ଅରିନ୍ଦମ ସିହ୍ନା ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଦାୟିତ୍ୱ ସମ୍ପାଦନ କରିବେ । ଏ ସଂକ୍ରାନ୍ତରେ ଆଇନ ଓ ନ୍ୟାୟ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି । ବର୍ତ୍ତମାନ ଜଷ୍ଟିସ ଅରିନ୍ଦମ ସିହ୍ନା ଓଡିଶା ହାଇକୋର୍ଟର ବିଚାରପତି ଭାବେ କାର୍ଯ୍ୟ କରୁଛନ୍ତି।ଆଇନ ଓ ନ୍ୟାୟ ମନ୍ତ୍ରାଳୟ ପକ୍ଷରୁ ପ୍ରକାଶ ପାଇଥିବା ବିଜ୍ଞପ୍ତିରେ ଦର୍ଶାଯାଇଛି ଯେ ଜଷ୍ଟିସ୍ ସିହ୍ନାଙ୍କୁ ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ କାର୍ଯ୍ୟ ସମ୍ପାଦନ ପାଇଁ ଦାୟିତ୍ୱ ପ୍ରଦାନ କରାଯାଇଛି। ୧୯.୦୧.୨୦୨୫ରେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ୍ ଚକ୍ରଧାରୀ ଶରଣ ସିଂହଙ୍କ ଅବସର ଗ୍ରହଣ କରୁଛନ୍ତି। ଜଷ୍ଟିସ୍ ଚକ୍ରଧାରୀ ଶରଣ ସିଂହଙ୍କ ଅବସର ପରେ ୨୦.୦୧.୨୦୨୫ରୁ ଜଷ୍ଟିସ୍ ଅରିନ୍ଦମ ସିହ୍ନା ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱ ସମ୍ପାଦନ କରିବେ।
ଭାରତ ସମ୍ବିଧାନର ଧାରା ୨୨୩ ଦ୍ୱାରା ପ୍ରଦତ୍ତ କ୍ଷମତା ବ୍ୟବହାର କରି ରାଷ୍ଟ୍ରପତି ଜଷ୍ଟିସ୍ ଅରିନ୍ଦମ ସିହ୍ନାଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱ ସମ୍ପାଦନ ପାଇଁ ନିଯୁକ୍ତି ପ୍ରଦାନ କରିଛନ୍ତି ବୋଲି କେନ୍ଦ୍ର ସରକାରଙ୍କ ନ୍ୟାୟ ବିଭାଗର ଯୁଗ୍ମ ସଚିବ ଜଗନ୍ନାଥନ ଶ୍ରୀନିବାସନ ସୂଚନା ଦେଇଛନ୍ତି ।